37.2 C
Bhubaneswar
Friday, April 19, 2024
Homeଆର୍ନ୍ତଜାତୀୟ ଯୋଗ ଦିବସଆନ୍ତର୍ଜାତିକ ଯୋଗ ଦିବସ କାହିଁକି ପାଳନ କରାଯାଏ

ଆନ୍ତର୍ଜାତିକ ଯୋଗ ଦିବସ କାହିଁକି ପାଳନ କରାଯାଏ

ଭୁବନେଶ୍ୱର : ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନ ଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।

୨୦୧୪ ସେପ୍ଟେମ୍ବର ୨୭ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୨୧କୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଅଭ୍ୟାସ ପୂର୍ବକ ଯୋଗ ଦିବସ ପାଳନ ପାଇଁ ପ୍ରଥମେ ପ୍ରସ୍ତାବ ଦେଇଥିଲେ । ଆମେରିକାର ମିଳିତ ଜାତିସଂଘ ସାଧାରଣ ପରିଷଦର ୬୯ତମ ଅଧିବେସନକୁ ପ୍ରଥମ କରି ସମ୍ବୋଧିତ କରି ଅଭିଭାଷଣରେ କହିଥିଲେ ଯେ, “ପରିବର୍ତ୍ତନଶୀଳ ଦୁନିଆରେ ସବୁକିଛି ପରିବର୍ତ୍ତନ ହେଉଥିବାବେଳେ ଜଳବାୟୁ ପରିବର୍ତ୍ତନ ହେବା ସମସ୍ତଙ୍କ ପାଇଁ ଏକ ଚିନ୍ତାର ବିଷୟ । ଆମ ଭାରତୀୟ ସଂସ୍କୃତିରେ ଏହାର ମୁକାବିଲା କରିବା ପାଇଁ ଯୋଗ ଉପରେ ଗୁରୁତ୍ୱ ଦିଆଯାଇଛି । ଯୋଗକୁ କେବଳ ବ୍ୟାୟାମରେ ସୀମିତ ନରଖି ଶାସ୍ତ୍ରାନୁସାରେ ପରିବ୍ୟାପ୍ତ କରାଗଲେ ସବୁକିଛିର ପରିବର୍ତ୍ତନ କରାଯାଇପାରିବ । ତେଣୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଦିବସ ପାଳନ କରାଯିବା ଉଚିତ ।”

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking