26.1 C
Bhubaneswar
Tuesday, May 7, 2024
Homeଆର୍ନ୍ତଜାତୀୟ ଯୋଗ ଦିବସଭାରତୀୟ ଜଳସେନା ସୈନିକଙ୍କ ଯୋଗ ଅଭ୍ୟାସ

ଭାରତୀୟ ଜଳସେନା ସୈନିକଙ୍କ ଯୋଗ ଅଭ୍ୟାସ

ଭୁବନେଶ୍ୱର: ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ୨୦୧୫ ହିଁ ପ୍ରଥମ ପାଳନ ବର୍ଷ ଥିଲା । ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟଦ୍ୱାରା ଅୟୋଜିତ ଏକ କାର୍ଯ୍ୟକ୍ରମରେ ରାଜଧାନୀ ନୂଆ ଦିଲ୍ଲୀର ରାଜପଥଠାରେ ୮୪ ଦେଶର ୩୫,୯୮୫ ଜଣ ଅଂଶଗ୍ରହଣକାରୀ ଭାଗନେଇ ଦୁଇଟି ଗିନିସ ବର୍ଲ୍ଡ ରେକର୍ଡ ସ୍ଥାପନ କରିଥିଲେ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲାଙ୍କ ସହ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ, ସାଂସଦ, ସେନ ଓ ପୋଲିସର ଯବାନ, ପ୍ରଶାସନିକ ଅଧିକାରୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ଏବଂ ଅଧାଘଣ୍ଟା ଧରି ଯୋଗ କରିଥିଲେ । ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ବହୁ କେନ୍ଦ୍ରମନ୍ତ୍ରୀ, ବ୍ୟୁରୋକ୍ରାଟ, କୂଟନୈତିଜ୍ଞ ତଥା କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ । ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରଦର୍ଶନ ପାଇଁ ୨ ହଜାର ଡିଜିଟାଲ ସିନେମା ସ୍କ୍ରିନ ବ୍ୟବସ୍ଥା କରାଯାଇଥିଲା । ଏହି ଆୟୋଜନ ୧୦ ବର୍ଷର ଏକ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଥିଲା । ୧୦ ବର୍ଷ ତଳେ ୨୦୦୫ ନଭେମ୍ବର ୧୯ ତାରିଖରେ ଗ୍ୱାଲିଅରରେ ୧୯,୯୭୩ ଜଣ ଲୋକ ଏକାସାଙ୍ଗରେ ଗୋଟିଏ ସ୍ଥାନରେ ଯୋଗାଭ୍ୟାସ କରିଥିଲେ । ଆଉ ଏହା ବିଶ୍ୱ ରେକର୍ଡ ହେବା ସହିତ ‘ଗିନିଜ ବୁକ ଅଫ ବର୍ଲ୍ଡ ରେକର୍ଡ’ରେ ସ୍ଥାନିତ ହୋଇଥିଲା । ଏହା ସହିତ ଦେଶର ସ୍କୁଲ, କଲେଜ ଭଳି ଶିକ୍ଷାନୁଷ୍ଠାନ, ଅନ୍ୟାନ୍ୟ ଘରୋଇ ଓ ସରାକାରୀ ଅନୁଷ୍ଠାନ ଏବଂ ସ୍ୱେଚ୍ଛାସେବୀ ସଂସ୍ଥାଗୁଡ଼ିକ ଯୋଗ ଦିବସ ପାଳନ କରିଥିଲେ । ସେହିପରି ବିଶ୍ୱର ବିଭିନ୍ନ କୋଣ ଅନୁକୋଣରେ ମଧ୍ୟ ଯୋଗ ଦିବସ ପାଳନ କରାଯାଇଥିଲା ।  ପ୍ରାୟ ୧୯୧ଟି ଦେଶର ୨୫୧ଟି ସହରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମମାନ ଆୟୋଜନ ହୋଇଥିଲା । ନିୟୁର୍କ ସ୍ଥିତ ଜାତିସଂଘ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଥମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରତର ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଅତିଥି ଭାବେ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking