40.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶସୁସ୍ଥତା ପାଇଁ ଯୋଗ

ସୁସ୍ଥତା ପାଇଁ ଯୋଗ

ଭୁବନେଶ୍ୱର : ଯୋଗ ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ । ପ୍ରାକ୍ ବୈଦିକ ଯୁଗରୁ ଯୋଗର ଉତ୍ପତ୍ତି ବୋଲି ଗ୍ରହଣ କରାଯାଏ । ସିନ୍ଧୁ ଉପତ୍ୟକା ସଭ୍ୟତାରୁ ମିଳିଥିବା ମୁଦ୍ରାରେ ଯୋଗାସନରେ ସ୍ଥିତ ପଶୁପତିଙ୍କ ଛବି ଯୋଗର ପ୍ରାଚୀନତା ପ୍ରତିପାଦନ କରେ । ଋକ ବେଦରେ ମଧ୍ୟ ଯୋଗର ଉଲ୍ଲେଖ ମିଳିଥାଏ । ବିଭିନ୍ନ ଉପନିଷଦରେ ଥିବା ବର୍ଣ୍ଣନା ଅନୁଯାୟୀ ଯୋଗର ବ୍ୟବହାର ବହୁ ପୁରାତନ । ବୌଦ୍ଧସୂତ୍ର ମାନଙ୍କରେ ମଧ୍ୟ ଯୋଗର ଉଲ୍ଲେଖ ରହିଛି । ତେବେ, ପତଞ୍ଜଳିଙ୍କ ଯୋଗସୂତ୍ର ଯୋଗ ସମ୍ବନ୍ଧରେ ପ୍ରଥମ ଗ୍ରନ୍ଥ, ଯାହା ଯୋଗର ମାନସିକ ଓ ଦାର୍ଶନିକ ବାଖ୍ୟା କରିଥାଏ । ବୈଦିକ ଷଡଦର୍ଶନ ମଧ୍ୟରୁ ଯୋଗ ଅନ୍ୟତମ, ଯାହା ପତଞ୍ଜଳୀଙ୍କ ଯୋଗସୂତ୍ର ଉପରେ ଆଧାରିତ । ଯୋଗର ବିଭିନ୍ନ ମାର୍ଗ ସମ୍ପର୍କରେ ଭଗବତ୍ ଗୀତାରେ ବିସ୍ତୃତ ବର୍ଣ୍ଣନା ରହିଛି ।

ଯୋଗ ମୁଦ୍ରାରେ ବୁଦ୍ଧ
ଯୋଗ ହେଉଛି ସାଧନାର ଅନ୍ତର୍ଚେତନାର ବିକାଶ ଓ ମହାଚେତନା ସଙ୍ଗରେ ମିଳନର ପ୍ରକ୍ରିୟା । ଯୋଗର ଆକ୍ଷରିକ ଅର୍ଥ ହେଉଛି ମହାଚେତନା ପରମାତ୍ମା ସହିତ ଅନ୍ତର୍ଚେତନା ଜୀବାତ୍ମାର ମିଶ୍ରଣ ।

ମହର୍ଷି ପତଞ୍ଜଳି ପ୍ରଣୀତ ଯୋଗସୂତ୍ର ଉପରେ ଆଧାରିତ ଯୋଗକୁ ରାଜଯୋଗ କୁହାଯାଏ । ଏହି ଗ୍ରନ୍ଥ ଖୀ.ପୂ. ପ୍ରଥମ ଶତାବ୍ଦୀରେ ପ୍ରଣୀତ ହୋଇଥିବା ଅନୁମାନ କରାଯାଏ । ଏହି ଗ୍ରନ୍ଥରେ ଯୋଗର ନାନାଦି ଦାର୍ଶନିକ ଓ ଆଧ୍ୟାତ୍ମିକ ବାଖ୍ୟା ରହିଛି । ଏହି ଗ୍ରନ୍ଥରେ ଅଷ୍ଟାଙ୍ଗ ଯୋଗ ସାଧନ – ଯମ, ନିୟମ, ଆସନ, ପ୍ରାଣାୟମ, ପ୍ରତ୍ୟାହାର, ଧାରଣା, ଧ୍ୟାନ ଓ ସମାଧିର ବର୍ଣ୍ଣନା ରହିଛି । ଜଣେ ସାଧକ ସାଧନାଦ୍ୱାରା ଏହି ଯୋଗାଙ୍ଗ, ବା ଯୋଗର ଅଙ୍ଗ ମାନଙ୍କୁ ଅଭ୍ୟାସ କରି ଶେଷରେ କୈବଲ୍ୟ ପ୍ରାପ୍ତ ହୋଇଥାଏ ।

ହଠ ଯୋଗ ବିଭିନ୍ନ ଆସନ, ବନ୍ଧ, ମୁଦ୍ରା ଆଦିଦ୍ୱାରା ଶାରୀରିକ ନିୟନ୍ତ୍ରଣର ପ୍ରଣାଳୀ ଅଟେ । ଯୋଗର ଏହି ଶାଖା ବିଶେଷ ରୂପେ ପ୍ରସିଦ୍ଧ ଏବଂ ବହୁଳ ଭାବେ ବ୍ୟବହୃତ । ହଠ ଯୋଗ ଶରୀରକୁ ନମନୀୟ ଓ ଶକ୍ତିଶାଳୀ କରିଥାଏ ଏବଂ ଅଭୂତପୂର୍ବ ଶାରୀରିକ କ୍ଷମତା ବିକାଶ କରିବାରେ ସାହାଯ୍ୟ କରିଥାଏ । ଏହି ଯୋଗ ମୁଖ୍ୟତଃ ରାଜଯୋଗର ପୂର୍ବ ପ୍ରସ୍ତୁତି ରୁପରେ ଅଭ୍ୟାସ କରାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking