19.1 C
Bhubaneswar
Tuesday, January 20, 2026
Homeଓଡିଶାଭଦ୍ରକ ଜିଲ୍ଲାରେ ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ ଜିଲ୍ଲାରେ ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡ଼ାଙ୍କ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିବା ପରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ଏହାଛଡ଼ା ସମ୍ୱେଦନଶୀଳ ଅଞ୍ଚଳରେ ୨୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking