26.1 C
Bhubaneswar
Friday, April 3, 2026
Homeଓଡିଶାପଶିଲା ବନ୍ୟାଜଳ : ବିଦ୍ୟୁତ ଉତ୍ପାଦନ ବନ୍ଦ

ପଶିଲା ବନ୍ୟାଜଳ : ବିଦ୍ୟୁତ ଉତ୍ପାଦନ ବନ୍ଦ

ଲମତାପୁଟ: ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ବର୍ତ୍ତମାନ ବିଦ୍ୟୁତ ଉତ୍ପାଦନ ବନ୍ଦ ରହିଛି । ପ୍ରକଳ୍ପରେ ବନ୍ୟା ଜଳ ପଶିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ ରହିଛି । ବିଦ୍ୟୁତ ଉତ୍ପାଦନ ବନ୍ଦ ନେଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମାଛକୁଣ୍ଡ ପ୍ରକଳ୍ପରୁ ଦୈନିକ ୮୦ ମେଗା ୱାଟ ବିଦ୍ୟୁତ ଉତ୍ପାଦନ ହୁଏ । ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍‌ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍‌ ହୋଇ ଯାଇଛିା

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking