ଟସ୍‌ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ:ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣର ୪୧ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗସ୍‌ ଓ ଶକ୍ତିଶାଳୀ ମୁମ୍ବାଇ ଇଣ୍ଡିଆନ୍‌ ମଧ୍ୟରେ ମୁକାବିଲା ହେଉଛି। ସାରଜା କ୍ରିକେଟ୍‌ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆଇପିଏଲ୍‌-୨୦୨୦ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳୁଥିବା ମୁମ୍ବାଇ ଇଣ୍ଡିଆନ୍‌ ଏ ପର୍ଯ୍ୟନ୍ତ ୯ଟି ମ୍ୟାଚ୍‌ ଖେଳି ସାରିଥିବା ବେଳେ ୬ଟିରେ ବିଜୟୀ ହୋଇଛି। ମୁମ୍ବାଇ ୧୨ ପଏଣ୍ଟ ପାଇ ପଏଣ୍ଟ ଟେବୁଲରେ ୩ୟ ସ୍ଥାନ ଦଖଲ କରିଛି। ଆଜି ଚେନ୍ନାଇ ବିପକ୍ଷରେ ପରାଜୟର ପ୍ରତିଶୋଧ ନେବାକୁ ରଣନୀତି ପ୍ରସ୍ତୁତ କରିଛି।

LEAVE A REPLY

Please enter your comment!
Please enter your name here