ଟସ୍ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ : ଆଇପିଏଲ ୧୩ତମ ସଂସ୍କରଣର ୧୦ତମ ମ୍ୟାଚ ସୋମବାର ଦୁବାଇର ଡିସିଏ ଷ୍ଟାଡ଼ିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ଆଜିର ମ୍ୟାଚରେ ମୁମ୍ବଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଉଭୟ ଦଳରେ ଏକାଧିକ ବିସ୍ଫୋରକ ବ୍ୟାଟ୍ସମ୍ୟାନ ରହିଥିବାରୁ କ୍ରିକେଟପ୍ରେମୀ ଏକ ହାଇ ସ୍କୋରିଂ ମ୍ୟାଚ ଦେଖିବାର ଆଶା ରଖିଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ବାଧୀନ ଡିଫେଣ୍ଡିଂ ଚମ୍ପିଆନ ମୁମ୍ବଇ ଇଣ୍ଡିଆନ୍ସ ୨ଟି ମ୍ୟାଚରୁ ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ହାସଲ କରିଛି। ଅନ୍ୟପକ୍ଷରେ ଆରସିବି ଟୁର୍ଣ୍ଣାମେଣ୍ଟକୁ ବିଜୟ ସହ ଆରମ୍ଭ କରିଥିଲା । କିନ୍ତୁ କିଙ୍ଗସ୍ ଏକାଦଶ ପଞ୍ଜାବ ବିପକ୍ଷରେ ଆରସିବିର ବ୍ୟାଟିଂ ଫେଲ୍ ମାରିଥିଲା । ଦଳକୁ ୯୭ ରନ୍‌ରେ ପରାସ୍ତ ହେବାକୁ ପଡିଥିଲା ।

LEAVE A REPLY

Please enter your comment!
Please enter your name here