ଆଇପିଏଲ୍‌: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଲା ଦିଲ୍ଲୀ କ୍ୟାପିଟାଲ୍ସ

ipl update

ଆବୁଧାବି: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୦ର ୨୭ ତମ ମ୍ୟାଚ୍‌ରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁକାବିଲା ହୋଇଛି। ଆବୁଧାବିର ଶେଖ ଜୟେଦ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଚଳିତ ଆଇପିଏଲ୍‌ ଟୁର୍ଣ୍ଣାମେଣ୍ଟରେ ମୁମ୍ବାଇ ଇଣ୍ଡିଆନ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳିସାରିଛି। ଚଳିତ ଆଇପିଏଲ୍‌ ଟୁର୍ଣ୍ଣାମେଣ୍ଟରେ ମୁମ୍ବାଇ ଇଣ୍ଡିଆନ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳିସାରିଛି। ଆଇପିଏଲ୍‌-୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ ଖେଳିଛି।

LEAVE A REPLY

Please enter your comment!
Please enter your name here