27.5 C
Bhubaneswar
Monday, July 22, 2024
Homeଓଡିଶାଆଇପିଏସ୍ ଡିଏସ୍ କୁଟ୍ଟେ ସସ୍‌ପେଣ୍ଡ

ଆଇପିଏସ୍ ଡିଏସ୍ କୁଟ୍ଟେ ସସ୍‌ପେଣ୍ଡ

ଭୁବନେଶ୍ୱର: ଆଇପିଏସ୍ ଅଫିସର ଡିଏସ୍ କୁଟ୍ଟେଙ୍କୁ ସସ୍‌ପେଣ୍ଡ କଲେ ଭାରତୀୟ ନିର୍ବାଚନ କମିଶନ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ସିଏମ୍‌ଓରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ୍ କୁଟ୍ଟେ । ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ସସ୍‌ପେଣ୍ଡ କରାଯାଇଛି । ସସ୍‌ପେଣ୍ଡ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟ କରିବେ । ଆସନ୍ତାକାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ । କୁଟ୍ଟେଙ୍କ ନାଁରେ ଅଭିଯୋଗ ଫର୍ଦ୍ଦ ମୁଖ୍ୟ ସଚିବଙ୍କୁ ଦେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ ।

ବରିଷ୍ଠ ଆଇପିଏସ୍ ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ
ଭାରତୀୟ ନିର୍ବାଚନ କମିସନ ବରିଷ୍ଠ ଆଇପିଏସ୍ ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ଆୟୋଗ ଏନେଇ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ମେ’ ୩୦ ତାରିଖ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ହେବା ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାଞ୍ଚ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ଇସିଆଇଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ମେ’ ୪ ତାରିଖରୁ ଆଶିଷ ସିଂହ ମେଡିକାଲ ଲିଭ୍‌ରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking