30.1 C
Bhubaneswar
Thursday, May 9, 2024
Homeଓଡିଶାକନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଅନ୍ତରୀଣ ଆଦେଶ ବଳବତ୍ତର ରଖିଛନ୍ତି।  ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଥିଲେ। କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଥିଲେ।

ଧାର୍ଯ୍ୟ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ କରାଯାଇପାରିବ। ଆସନ୍ତା ୨୦ ଏବଂ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ହୋଇପାରିବ। ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking