19.1 C
Bhubaneswar
Sunday, November 24, 2024
Homeଓଡିଶାଓଡିଶାର ପ୍ରଥମ ମହିଳା ଇସ୍ରୋ ବୈଜ୍ଞାନିକ ସୁଷମା ପାଣିଗ୍ରାହୀଙ୍କ ବିୟୋଗ

ଓଡିଶାର ପ୍ରଥମ ମହିଳା ଇସ୍ରୋ ବୈଜ୍ଞାନିକ ସୁଷମା ପାଣିଗ୍ରାହୀଙ୍କ ବିୟୋଗ

ଭୁବନେଶ୍ୱର : ଓଡ଼ିଶାର ପ୍ରଥମ ମହିଳା  ଇସ୍ରୋ ବୈଜ୍ଞାନିକ ଡକ୍ଟର ସୁଷମା ପାଣିଗ୍ରାହୀଙ୍କର ରବିବାର ମେ 17 ତାରିଖ ଦିନ ଗୁଜୁରାଟର  ଆହମଦାବାଦ ସହର ଠାରେ  ବିୟୋଗ ହୋଇଯାଇଛି  | 67 ବର୍ଷୀୟା ସୁଷମା କ୍ୟାନ୍ସର ରୋଗରେ ପୀଡିତ ଥିଲେ |
17 ଅକ୍ଟୋବର 1952 ମସିହାରେ ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଜନ୍ମଗ୍ରହଣ କରିଥିବା ସୁଷମା 1974 ମସିହାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ବୋଟାନି ରେ ଏମଏସସି କରିଥିବା ବେଳେ ଆଇଆଇଟି ଖଡଗପୁରରୁ 1982 ମସିହାରେ ପିଏଚଡି ଡିଗ୍ରୀ ହାସଲ କରିଥିଲେ |
ଇସ୍ରୋରେ ଡକ୍ଟର ସୁଷମା ପାଣିଗ୍ରାହୀ 1983 ମସିହାରେ ଆହମଦାବାଦ ଠାରେ ଯୋଗ ଦେଇଥିଲେ.. ରିମୋଟ ସେନସିଙ୍ଗ ବିଷୟ ବସ୍ତୁ ଉପରେ ଗବେଷଣା କରୁଥିବା ଡକ୍ଟର ପାଣିଗ୍ରାହୀ ବିପର୍ଯ୍ୟୟ ପରିଚାଳନା, ବାତ୍ୟା, ବନ୍ୟା ଏବଂ ଫସଲ ପରିଚାଳନା କ୍ଷେତ୍ରରେ 30 ବର୍ଷ ଧରି ନିଷ୍ଠାପର ଭାବେ ଅନେକ କାର୍ଯ୍ୟ କରିଛନ୍ତି |
ତାଙ୍କ ସ୍ୱାମୀ ଡକ୍ଟର ମାନବ ଚକ୍ରବର୍ତ୍ତି ମଧ୍ୟ ପରମାଣୁ ବିଜ୍ଞାନୀ ଏବଂ ଅନେକ ବର୍ଷ ଧରି ଇସ୍ରୋରେ କାର୍ଯ୍ୟ କରିଛନ୍ତି |
ତାଙ୍କ ଏକମାତ୍ର ପୁଅ ସୂଦୀପ ଚକ୍ରବର୍ତ୍ତି ଜଣେ ଇଂଜିନିୟର |
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking