23.1 C
Bhubaneswar
Friday, January 10, 2025
Homeବ୍ରେକୀଙ୍ଗବର୍ଷା ସମ୍ଭାବନା: ଜିଲ୍ଲାପାଳମାନଙ୍କୁ ଆଲର୍ଟ

ବର୍ଷା ସମ୍ଭାବନା: ଜିଲ୍ଲାପାଳମାନଙ୍କୁ ଆଲର୍ଟ

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ଯୋଗୁଁ ସମ୍ଭାବ୍ୟ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କିଛି ପରିସ୍ଥିତି ଉପୁଜିଲେ ମୁକାବିଲା କରିବାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ କ୍ଷେତ୍ର ଯୋଗୁଁ ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ମତ୍ସ୍ୟଜୀବିଙ୍କୁ ସମୁଦ୍ରକୁ ନଯିବା ଓ ଯାଇଥିଲେ ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।
ଆସନ୍ତା ୨୦ ତାରିଖରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ । ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଉତ୍ତର ପଶ୍ଚମ ଦିଗକୁ ଗତି କଲେ ଉତ୍ତର ଓଡ଼ିଶାରେ ଜିଲ୍ଲାମାନଙ୍କରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking