30.1 C
Bhubaneswar
Saturday, February 14, 2026
Homeଅପରାଧଆତ୍ମହତ୍ୟା ନୁହେଁ; ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା

ଆତ୍ମହତ୍ୟା ନୁହେଁ; ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା

ନୟାଗଡ: ଆତ୍ମହତ୍ୟା ନୁହେଁ, ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା। ୨ୟ ବିବାହ କରିବା ନିଶାରେ ବାପା ପୁଅମାନଙ୍କୁ ହତ୍ୟା କରି ଘରେ ଟାଙ୍ଗି ଦେଇ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରିଥିଲା। ଅଭିଯୁକ୍ତ ବାପା ପ୍ରକାଶ ମହାନ୍ତି ପୁଲିସ ଆଗରେ ସତ ମାନିବା ସହିତ ଘଟଣା ଉପରୁ ପରଦା ହଟିଛି। ଏହି ହତ୍ୟାକାଣ୍ଡରେ ଦୁଇ ନାବାଳକଙ୍କ ଜେଜେ ମା’ ବି ସାମିଲ ଥିଲା। ଉଭୟ ମା’ ପୁଅକୁ ଗିରଫ କରି କୋର୍ଟ ଚାଲାଣ କରିଛି ନୟାଗଡ଼ ପୁଲିସ। ଗତ ୧୦ ତାରିଖରେ ନୟାଗଡ ଜିଲା ଫତେଗଡ ଥାନା ଧାନଚାଙ୍ଗଡା ଗାଁରେ ରହୁଥିବା ପ୍ରକାଶଙ୍କ ଘରୁ ତାଙ୍କର ୨ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା।

ବାପାର ୨ୟ ବିବାହ ପାଇଁ ପ୍ରସ୍ତାବ ଆସିବାରୁ ନାବାଳକ ଦ୍ୱୟ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଥିଲେ। କିନ୍ତୁ ସ୍ଥାନୀୟ ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ବାପାର ୨ୟ ବିବାହକୁ ଦୁଇ ପୁଅ ବିରୋଧ କରିବାରୁ ସେମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଫଳରେ ପୁଲିସ ୨ ଜଣଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରିଥିଲା। ମୃତକ ଦ୍ୱୟଙ୍କ ବୟସ ୧୪ ଓ ୧୨ ବର୍ଷ ହେବ। ନାବାଳକଙ୍କ ମା’ଙ୍କର ୩ ବର୍ଷ ପୂର୍ବରୁ ମୃତ୍ୟୁ ହୋଇଥିଲା। ଏହା ପରେ ପ୍ରକାଶ ୨ୟ ବିବାହ କରିବାକୁ ଇଚ୍ଛା କରିଥିଲେ। କିନ୍ତୁ ପିଲାମାନେ ଏଥିରେ ରାଜି ନ ଥିଲେ। ଯେଉଁଥିପାଇଁ ସେମାନଙ୍କୁ ବାପା ପ୍ରକାଶ ତଣ୍ଟି ଚିପି ହତ୍ୟା କରିଥିବା ପୁଲିସ ଆଗରେ କହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking