27.1 C
Bhubaneswar
Thursday, November 21, 2024
Homeଓଡିଶାଝଡବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଝଡବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ଝଡବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି । କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ । କନ୍ଧମାଳ, କଳାହାଣ୍ଡିକୁ ପାଣିପାଗ ବିଭାଗ ପକ୍ଷରୁ ୱାଣ୍ଣିଂ ଜାରି ହୋଇଥିବା ସୂଚନା ।

ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ରାଜ୍ୟବାସୀଙ୍କ ପାଇଁ ଆସିଲା ଆଶ୍ବସ୍ତିକର ଖବର । ସକ୍ରିୟ ହେଉଛି ମୌସୁମୀ ବାୟୁ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଣ୍ଡାମାନ ଦିଗରେ ଗତି କରୁଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ।

ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ୩ ଦିନ ପର‌୍ୟ୍ୟନ୍ତ ଏହା ସମାନ ଦିଗରେ ଗତି କରି ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜର ଅଧିକାଂଶ ଅଂଶ ଛୁଇଁବାର ସମ୍ଭାବନା ରହିଛି ।ସେପଟେ ଆଗାମୀ କିଛି ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ଏହା ପ୍ରଭାବରେ ଅଧିକାଂଶ ସ୍ଥାନରେ ପାରଦ ୪୨ ଡିଗ୍ରୀ ଉପରେ ରହିବ ।

ଅନ୍ୟପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଦିନରେ ଖରା ସହିତ ଅପରାହ୍ନରେ ପ୍ରବଳ ବର୍ଷା ହେଉଛି । ଏହି ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking