26.1 C
Bhubaneswar
Friday, March 27, 2026
Homeଓଡିଶାଆହୁରି ୫ ଦିନ ବର୍ଷିବ

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର : ଗତକାଲି ରାଜଧାନୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ତେବେ ଆହୁରି ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ଜୁଲାଇରୁ ୪ ଅଗଷ୍ଟ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆକଳନ କରାଯାଇଛି । ଏନେଇ ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଅନୁମାନ ରହିଛି । ଏହି ସତର୍କତା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଛି । ସେହିପରି ୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking