17.1 C
Bhubaneswar
Wednesday, February 11, 2026
Homeଓଡିଶାଆଗାମୀ ୫ ଦିନ ପ୍ରବଳ ଛେଚିବ 

ଆଗାମୀ ୫ ଦିନ ପ୍ରବଳ ଛେଚିବ 

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରେ ଅପରାହ୍‌ଣରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଦିନ ପ୍ରାୟ ୧ଟାରୁ ଆରମ୍ଭ ହୋଇଥିବା ବର୍ଷା ଅଢ଼େଇ ଘଣ୍ଟା ଯାଏଁ ଛେଚିଛି। ବର୍ଷା ଯୋଗୁଁ ରାସ୍ତାରେ ଜଳ ପ୍ରବାହିତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଭୁବନେଶ୍ବର ଓ କଟକରେ ଆହୁରି ବର୍ଷା ହେବ। ସେହିପରି ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ୪ ଦିନ ଯାଏଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସ୍ଥିତି ରହିବ। ପାଣିପାଗ ବିଭାଗ ପକ୍ଷରୁ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ ମାଲକାନଗିରି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନବରଙ୍ଗପୁର ରହିଛି। ୨୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୯ ତାରିଖରେ ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking