40.1 C
Bhubaneswar
Sunday, June 16, 2024
Homeଓଡିଶା୨୪ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

୨୪ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ତେଣୁ ସୃଷ୍ଟି ହେବାକୁ ଥିବା ଲଘୁଚାପକୁ ନେଇ ଆଣଙ୍କା ବଢ଼଼ିବାରେ ଲାଗିଛି । ଯଦିଓ ବର୍ତ୍ତମାନ ପର୍ଯ୍ୟନ୍ତ ଆଇଏମ୍‌ଡି ପକ୍ଷରୁ ବାତ୍ୟା ସୃଷ୍ଟି ସମ୍ପର୍କରେ କୌଣସି ସୂଚନା ଜାରି କରାଯାଇନାହିଁ, ହେଲେ ୨୪ ତାରିଖରୁ ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ସମୁଦ୍ର ଆଶାନ୍ତ ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି । ୨୪ ତାରିଖରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ସେହିଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ କଟକରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି ୨୫ ତାରିଖରେ ଏହାର ପ୍ରଭାବ ବଢ଼଼ିବା ସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆକଳନ କରାଯାଇଛି । ସେହିପରି ସେହିଦିନ ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ଲଘୁଚାପ ଯୋଗୁଁ ଆସନ୍ତା ୨୩ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ରହିବ । ସମୟେ ସମୟେ ଏହା ୬୦କିମି ପ୍ରତି ଘଣ୍ଟା ଛୁଇଁବ । ସେହିପରି ୨୪ ତାରିଖ ସୁଦ୍ଧା ପବନର ବେଗ ବୃଦ୍ଧି ପାଇବ ଉତ୍ତର-ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପବନ ବହିବ ଏବଂ ସମୟେ ସମୟେ ଏହା ୭୦ କିମି ପ୍ରତି ଘଣ୍ଟା ମଧ୍ୟ ଛୁଇଁପାରେ ବୋଲି କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୩ ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ବଙ୍ଗୋପସାଗରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ପ୍ରାଥମିକ ସୂଚନା ଅନୁଯାୟୀ, ଆସନ୍ତା ୨୨ରେ ଲଘୁଚାପ ସୃଷ୍ଟି ହୋଇ ୨୪ ତାରିଖରେ ଏହା ଅବପାତର ରୂପ ନେଇ ପାରେ । ପରବର୍ତ୍ତୀ ସମୟରେ ଏହା ଆହରି ଘନୀଭୂତ ହେବାକୁ ଥିବାରୁ ବାତ୍ୟା ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇପାରୁନାହିଁ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୫ ଦିନରେ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ଆସନ୍ତା ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking