26.1 C
Bhubaneswar
Friday, April 3, 2026
Homeଓଡିଶାଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ତୁହାକୁ ତୁହା ବର୍ଷା ହେଉଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାତାର ବର୍ଷା ଜାରି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କରାଯାଇଛି। ଗୁରୁବାର ଠାରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଦେଓଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିଭଳି ଆସନ୍ତା ୨୪ ଘଣ୍ଟା ପାଇଁ ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଦେଓଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଆଦି ୧୨ ଜିଲ୍ଲା ପାଇଁ ସତର୍କ ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking