30.1 C
Bhubaneswar
Monday, May 20, 2024
Homeଓଡିଶାଆଜି ଏହି ସବୁ ସ୍ଥାନରେ ବର୍ଷା କାଚିବ

ଆଜି ଏହି ସବୁ ସ୍ଥାନରେ ବର୍ଷା କାଚିବ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଆଜି ଟୁଇନ ସିଟି କଟକ-ଭୁବନେଶ୍ବରରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍ ସେହିପରି ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ଭୁବନେଶ୍ବର ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ୟ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ଏବଂ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଆଗାମୀ ୨୪ ଘଂଟା ପାଇଁ ପାଖାପାଖି ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟକୁ ୩ ଘଣ୍ଟା ପାଇଁ ସତର୍କ କରିଛି। ବର୍ଷା ଓ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking