ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଘୂର୍ଣ୍ଣିବଳୟ ସକ୍ରିୟ ଫଳରେ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ବରଗଡ, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।