14.1 C
Bhubaneswar
Sunday, December 7, 2025
Homeଓଡିଶାଏହି ସବୁ ଜିଲ୍ଲାରେ ଆଜି ହେବ ବର୍ଷା

ଏହି ସବୁ ଜିଲ୍ଲାରେ ଆଜି ହେବ ବର୍ଷା

ଭୁବନେଶ୍ୱର : ଆଜି କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ୨୭ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଂଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରକାଶ ଯେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠାରୁୁ ବଢିବ ବର୍ଷା । ୫ ଦିନ ପର୍ୟ୍ୟନ୍ତ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ଆଜିଠାରୁ ୨୮ ତାରିଖ ପର୍ୟ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking