30.1 C
Bhubaneswar
Saturday, October 5, 2024
Homeଓଡିଶାରାଗିଂରେ କଥା ସହିନପାରି ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା ଊଦ୍ୟମ

ରାଗିଂରେ କଥା ସହିନପାରି ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା ଊଦ୍ୟମ

ଭଦ୍ରକ : ଆଇଟିଆଇ ଛାତ୍ରଙ୍କୁ ରାଗିଂ ଅଭିଯୋଗ। ରାଗିଂରେ କଥା ସହିନପାରି ଆତ୍ମହତ୍ୟା ଊଦ୍ୟମ। ବିଷ ପିଇ ଗୁରୁତର ଅବସ୍ଥାରେ ପ୍ରଥମେ ତିହିଡି ଓ ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର । ଅବସ୍ଥାରେ ସୁଧାର ନହେବାରୁ କଟକ ସ୍ଥାନାନ୍ତରିତ ପଠାଯାଇଛି। ଭଦ୍ରକ ଜିଲ୍ଲା ତିହିଡି଼ ବଜାରରେ ଥିବା ପୂର୍ଣ୍ଣଚନ୍ଦ୍ର ଆଇଟିଆଇ କଲେଜରେ ଘଟିଛି ଏହି ଅଘଟଣ । ଏନେଇ ଥାନା​‌ରେ ଅଭିଯୋଗ ହୋଇଛି।

ସୂଚନା ମୁତାବିକ, ଭଦ୍ରକରେ ଆଇଟିଆଇ କଲେଜ ଛାତ୍ରଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସନିଅର ଛାତ୍ରଙ୍କ ରାଗିଂ ସହିନପାରି ଛାତ୍ର ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ତିହିଡି ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତ୍ବର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି।

ତିହିଡି଼ ବଜାରରେ ଥିବା ଏକ ଘରୋଇ ଆଇଟିଆଇ କଲେଜରେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି । କଲେଜରୁ ଘରକୁ ଫେରିବା ପରେ ସେ ବିଷ ପିଇ ଦେଇଥିଲେ। ଘରେ ଅଚେତ ହୋଇ ପଡିବା ସହ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ହସ୍ପିଟାଲ ନେଇଥିଲେ । ବିଷ ପାଇଥିବା ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗରେ ପଢନ୍ତି । ସେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ପରେ କଲେଜରେ ରାଗିଂ ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking