34.1 C
Bhubaneswar
Friday, March 29, 2024
Homeଓଡିଶାଆଜିଠୁ ଦୁଇ ଦିନ ବର୍ଷା

ଆଜିଠୁ ଦୁଇ ଦିନ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଦୁଇ ଦିନ ଧରି ବର୍ଷା ହେବ । ତା’ସହିତ ପବନ ଓ ବଜ୍ରପାତ ବି ହେବ । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଆଧାରରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଜିଠାରୁ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତା’ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ମଧ୍ୟ ବୋହିବ ।

ସେଥିପାଇଁ ଏହି ୬ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜିଠୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହା ସହିତ ଏ ସବୁ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା । ଆଜି ବୌଦ୍ଧ ଏବଂ ଟିଟିଲାଗଡରେ ତାପମାତ୍ରା ୪୨.୫ଂ ରହିଥିବା ବେଳେ ଭୁବନେଶ୍ୱର ତାପମାତ୍ରା ୩୫.୬ଂ ଏବଂ କଟକରେ ୩୬.୨ଂ ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking