25.1 C
Bhubaneswar
Wednesday, March 25, 2026
Homeଓଡିଶାକାଲିଠାରୁ ବଡ ବର୍ଷା!

କାଲିଠାରୁ ବଡ ବର୍ଷା!

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅତି ସକ୍ରିୟ ରହିଛି। ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମାଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଓଡ଼ିଶାର କେନ୍ଦୁଝର, ବରଗଡ଼, ସମ୍ୱଲପୁର, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ମାଲକାନଗିରି, ଝାରସୁଗୁଡା, ବାଲାସୋର, ଯାଜପୁର, ଅନୁଗୁଳ ଏବଂ ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କାଲି ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛିସେଥିପାଇଁରେଞ୍ଜ ୱାର୍ଣ୍ଣିଙ୍ଗ ମିଳିଥିବା ଜିଲ୍ଲା ଗୁଡିକ ଯଥା କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ୟେଲୋ ୱାର୍ଣ୍ଣିଙ୍ଗ ମିଳିଥିବା ଜିଲ୍ଲା ଗୁଡିକ ଯଥା ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ପୁରୀ, ଖୋର୍ଦ୍ଧା, ନୟାଗଡ, ସୋନପୁର, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ଘଣ୍ଟାପ୍ରତି ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

୨୪ ସେପ୍ଟେମ୍ବରରୁ ୨୫ ସେପ୍ଟେମ୍ବର ଓଡ଼ିଶା ଉପକୂଳ ଏବଂ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବଂ ଏହାର ଆଖପାଖରେ ୩୫-୪୫ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହୋଇପାରେ ଏବଂ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୬ ସେପ୍ଟେମ୍ବରରୁ ୨୮ ସେପ୍ଟେମ୍ବର ମଧ୍ଯରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ଅଛି। ସମୁଦ୍ର ସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ହେବାର ସମ୍ଭାବନା ଅଛି। ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳବର୍ତ୍ତୀ ଅଞ୍ଚଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking