31.1 C
Bhubaneswar
Monday, March 30, 2026
Homeଓଡିଶାଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆସନ୍ତାକାଲି ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି। ବୁଧବାର ଅର୍ଥାତ କାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଆସନ୍ତାକାଲି ଫାଲଗୁନ:ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ଅପରାହ୍ନରେ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତ ମହାପାତ୍ର ସେବକ ମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ। ଏହା ଦ୍ୱାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ଅନ୍ୟପଟେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସକାଶେ ଆସନ୍ତା ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍‌ଯ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking