ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ ।
ଅପରାହ୍ନରେ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକ ମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହା ଦ୍ୱାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।