30.6 C
Bhubaneswar
Tuesday, July 21, 2026
Homeଓଡିଶାଓଲଟିଲା ‘ଜଗନ୍ନାଥ ଏକ୍ସପ୍ରେସ’: ୬ ଗୁରୁତର, ୨୪ରୁ ଅଧିକ ଆହତ

ଓଲଟିଲା ‘ଜଗନ୍ନାଥ ଏକ୍ସପ୍ରେସ’: ୬ ଗୁରୁତର, ୨୪ରୁ ଅଧିକ ଆହତ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ୧୪୯ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍ । ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ୨୪ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ସୂଚନା ମୁତାବକ, OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍‌ଟି ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ପୁରୀରୁ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା। ତେବେ ୧୪୯ ନମ୍ବର ଜାତୀୟ ରାଜପଥରେ, ଅନୁଗୁଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ବୁରୁକୁନା ଛକ ନିକଟରେ ବସ୍‌ଟି ହଠାତ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ ।ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ, ଅତ୍ୟନ୍ତ ଗୁରୁତର ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ଓ ଭୁବନେଶ୍ୱରର ବିଭିନ୍ନ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking