14.1 C
Bhubaneswar
Tuesday, January 13, 2026
Homeଓଡିଶାଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯିବା ପରେ କ୍ୟାପିଟାଲ ହସ୍‌ପିଟାଲକୁ ନିଆଯାଇଥିଲା। ଏହା ପରେ ତାଙ୍କୁ ଝାଡ଼ପଡ଼ା ଜେଲକୁ ନିଆଯାଇଛି।

ଅନ୍ୟପକ୍ଷରେ ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀକୁ ତାଙ୍କ ସମର୍ଥକମାନେ ତୀବ୍ର ବିରୋଧ କରିଛନ୍ତି। ସମର୍ଥକମାନେ କହିଛନ୍ତି, ଯଦି ଜଗନ୍ନାଥ ପ୍ରଧାନ ଗିରଫ ହୋଇଛନ୍ତି, ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁ ମଧ୍ୟ ଗିରଫ ହେବା ଦରକାର। ଜଣେ ସମର୍ଥକମାନେ କହିଛନ୍ତି, ଜଗନ୍ନାଥ ପ୍ରଧାନଙ୍କ କୌଣସି ଭୁଲ ନାହିଁ। ଯଦି ଜଗନ୍ନାଥ ପ୍ରଧାନଙ୍କ ଭୁଲ ଥିଲା, ପୁଲିସ ଘଟଣାର ତଦନ୍ତ କରିବାର ଥିଲା। ତଦନ୍ତରେ ସେ ଯଦି ଅଭିଯୁକ୍ତ ପ୍ରମାଣିତ ହୋଇଥାନ୍ତେ ଗିରଫ କରିଥିଲେ କୌଣସି ଆପତ୍ତି ନଥିଲା।

ଡିସିପି କାର୍ଯ୍ୟାଳୟରେ ଆଜି ରାତି ୯ଟା ୪୦ରେ ପହଞ୍ଚି ଜଗନ୍ନାଥ ପ୍ରଧାନ କହିଥିଲେ, ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାକୁ ମୁଁ ସବୁବେଳେ ନିନ୍ଦା କରିଆସୁଛି। ଏହି ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ। ଓଏଏସ୍‌ ସଂଘ ମୋର ଗିରଫ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନ କାରଣରୁ ଜନସାଧାରଣ ପ୍ରଭାବିତ ହୋଇପାରନ୍ତି। ରଥଯାତ୍ରା ଓ ବନ୍ୟା ସମୟରେ ପ୍ରଶାସନିକ ବ୍ୟବସ୍ଥା ପ୍ରଭାବିତ ହୋଇପାରେ। ମୋହନ ଚରଣ ମାଝୀ ସରକାର ବଦନାମ ନହୁଅନ୍ତୁ ଏହା ମୁଁ ଚାହେଁ। କିନ୍ତୁ ସରକାରଙ୍କ ସମ୍ମାନ, ବୃହତ୍ତର ସ୍ବାର୍ଥ ପାଇଁ ସହଯୋଗ କରିବି। ଜଗନ୍ନାଥ ପ୍ରଧାନ ଡିସିପି କାର୍ଯ୍ୟାଳୟରେ ପହଞ୍ଚିବା ନେଇ ଭୁବନେଶ୍ବର (ଏକାମ୍ର) ବିଧାୟକ ବାବୁ ସିଂ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଡିସିପିଙ୍କ ଡାକରା କ୍ରମେ ଜଗନ୍ନାଥ ପ୍ରଧାନ ଡିସିପି କାର୍ଯ୍ୟାଳୟକୁ ଆସିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking