32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ

ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମହାମାରୀ ମାଡି ମାଡି ଚାଲିଛି । ଏହାରି ମଧ୍ୟରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଏବେ ଏହି ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି  ।

ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି । ଏହି ମାସରେ ସବୁଦିନ ୩ ହଜାର ପାର୍ କରୁଛି ସଂକ୍ରମଣ । ଆଜି ରାଜ୍ୟରେ ପୁଣି ସମସ୍ତ ୩୦ ଜିଲ୍ଲାରୁ ୩୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେଥିମଧ୍ୟରୁ ୧୯୬୧ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୧୩୦୬ଟି ଲୋକାଲ କେସ୍ ଭାବେ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୭୮କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking