28.1 C
Bhubaneswar
Monday, February 23, 2026
Homeଓଡିଶାପଦ୍ମ ଧରିବେ ଜୟ ଢୋଲକିଆ!

ପଦ୍ମ ଧରିବେ ଜୟ ଢୋଲକିଆ!

ଭୁବନେଶ୍ୱର: ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ । ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି ଜୟ ଢୋଲକିଆ । ନୂଆପଡା ଉପନିର୍ବାଚନ ପୂର୍ବରୁ ବଡ ରାଜନୈତିକ ଚର୍ଚ୍ଚା ଦେଖାଦେଇଛି । ଜୟ ଢୋଲକିଆ ବିଜେପିରେ ମିଶିଲେ ନୂଆପଡା ପାଇଁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି । ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟ ଢୋଲକିଆଙ୍କୁ ଦେଖିବାକୁ ମିଳିନଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ବିଜେପି ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା କୁହାଯାଉଛି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟକ୍ତିଗତ ଭାବେ ନୂଆପଡ଼ା ଯାଇ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ, ପୁଅ ଜୟ ଢୋଲକିଆ ଓ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ନୂଆପଡ଼ା ଜିଲ୍ଲାବାସୀ ଜଣେ ଭଲ ନେତାଙ୍କୁ ହରାଇଛନ୍ତି । ସେ କେବଳ ଜଣେ ଦରଦୀ ନେତା ନ ଥିଲେ, ସମାଜସେବୀ ହିସାବରେ ମଧ୍ୟ ତାଙ୍କର ପରିଚୟ ଥିଲା ।  ତେବେ ତାଙ୍କ ଅବର୍ତ୍ତମାନରେ ନୂଆପଡ଼ା ଜିଲ୍ଲାର ବିକାଶ ପ୍ରକ୍ରିୟା ଜାରି ରହିବ । ଜିଲ୍ଲାବାସୀଙ୍କ ଦାୟିତ୍ବ ମୁଁ ନେବି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking