34.1 C
Bhubaneswar
Friday, March 29, 2024
Homeଦୀପାବଳି/କାଳିପୂଜାଜୈନମାନେ ବି ପାଳନ କରିଥାନ୍ତି ଦିୱାଲୀ

ଜୈନମାନେ ବି ପାଳନ କରିଥାନ୍ତି ଦିୱାଲୀ

ଭୁବନେଶ୍ୱର : ଦୀପାବଳି ଏକ ଭାରତୀୟ ପର୍ବ । ଏହା ଆଲୁଅର ପର୍ବ ଭାବରେ ପାଳନ କରାଯାଇଥାଏ । ଏହି ପର୍ବ ନାନାଦି କାରଣ ହେତୁ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନଙ୍କ ପାଇଁ ଦୀପାବଳି ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ । ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀର ଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ । ଜୈନଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହିଦିବସକୁ ପାଳନ କରିଥା’ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ହୋଇଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କିଏ ଆଉ ଜ୍ଞାନାଲୋକ ଦେବ, ଏହା ହିଁ ସେମାନେ ଚିନ୍ତାକଲେ । ସେମାନେ ସମସ୍ତେ ଏକତ୍ରିତ ହୋଇ ଦୀପାବଳି ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେହିଦିନରୁ ଦୀପାବଳି ଦିନ ଆଲୋକ ଜଳେବାର ଚାଳିଆସୁଛି ।

ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । ଜୈନ ବ୍ୟବସାୟୀମାନେ ହିସାବଖାତା ଏବଂ ମୁଦ୍ରା ପୂଜାକରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ । ଜୈନ ଧର୍ମାବଲମ୍ବୀଙ୍କ ଭଗବାନ ମହାବୀରଙ୍କ ନିର୍ବାଣପ୍ରାପ୍ତି ଦିବସ ଓ ଭଗବାନ ମହାବୀରଙ୍କ ଉତ୍ତରାଧ୍ୟାୟନ ସୂତ୍ର- ଶେଷପ୍ରବଚନ ପାଠର ମହାର୍ଘ୍ୟତିଥି ଭାବେ ଉତ୍ସାହର ସହିତ ଦୀପାବଳି ଉତ୍ସବ ପାଳନ କରାଯାଏ ।

ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କ ଦ୍ଵାରା ଶିଖ୍‌ଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ୍ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ତାଙ୍କୁ ସ୍ଵାଗତକରିବା ପାଇଁ ସେତେବେଳେ ସ୍ଵର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇ ଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ୍ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ୍‌ମାନେ ଗୋଇନ୍ଦୱ।ଲ୍ ସାହିବ ଗୁରୁଦ୍ଵାରକୁ ତୀର୍ଥକରି ଯାଆନ୍ତି ।
ଏହିଦିନଟିକୁ ଶିଖ୍‌ମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନକରାଯାଏ

କାର୍ତ୍ତିକ ଅମାଵାସ୍ୟା ରେ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତ୍ରେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳି ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳି ଅମାବାସ୍ୟାକୁ ଲୋକାକ୍ତି ରେ ପୟାଅମାବାସ୍ୟା କହନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking