ଯାଜପୁର : ଯାଜପୁର ପୌରପାଳିକା ପକ୍ଷରୁ ସହରରେ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଗୌତମ ବୁଦ୍ଧ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଜୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ରାଜସ୍ୱ ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ ଯୋଗଦେଇ ସହରକୁ କିପରି ସ୍ୱଚ୍ଛ ରଖାଯିବ ସେ ନେଇ ପରାମର୍ଶ ଦେଇଥିଲେ। ଧିରେ ଧିରେ ସହରରେ ପରିମଳ ବ୍ୟବସ୍ଥା ସୁଧୁରୁଥିବା ବେଳେ ଆଗକୁ ଏହା ରାଜ୍ୟର ୧ନଂ ସ୍ୱଚ୍ଛ ପୌରପାଳିକା କରିବାକୁ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହିଥିଲେ । ଆଗାମୀ ଦିନରେ ଏହିପରି ପ୍ରଶିକ୍ଷଣ ଶିବିର କରାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ ।