33.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶପୁଲିସ ଓ ବିଏସଏଫ୍ ଯବାନଙ୍କ ଉପରେ ଆତଙ୍କୀ ଆକ୍ରମଣ

ପୁଲିସ ଓ ବିଏସଏଫ୍ ଯବାନଙ୍କ ଉପରେ ଆତଙ୍କୀ ଆକ୍ରମଣ

ଅନନ୍ତନାଗ : ଜମ୍ମୁ-କଶ୍ମୀରର ଅନନ୍ତାଗରେ ପୁଲିସ୍ ଓ ସିଆରପିଏଫ ଯବାନଙ୍କ ମଳିତ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଗୁରୁତର ଆହତ ହୋଇଥିବା ବେଳେ ତୁରନ୍ତ ସେହି ସ୍ଥାନରେ ଛାନଭିନ ଆରମ୍ଭ କରିଛି ପୁଲିସ୍। ସୂଚନାଥାଉକି ଶୁକ୍ରବାର ଅପରାହ୍ନରେ ଘଟିଥିବା ଏହି ଆକ୍ରମଣରେ ଆହତ ପୁଲିସ କର୍ମଚାରୀଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି। ଗତ ୮ ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ଆକ୍ରମଣ ବୋଲି ଟ୍ବିଟ କରି କହିଛି କାଶ୍ମୀର ଜୋନ୍ ପୋଲିସ। ଆତଙ୍କବାଦୀମାନେ ଆକ୍ରମଣ କରିଥିବାବେଳେ ପୋଲିସ ଏବଂ ସିଆରପିଏଫ ର ମିଳିତ ଗୋଷ୍ଠୀ ବିଜବେହାରା ଅଞ୍ଚଳରେ ପାଟ୍ରୋଲିଂ କରୁଥିଲେ। ପୋଲିସ ଏହି ଅଞ୍ଚଳକୁ ଘେରାବନ୍ଦୀ କରି ରଖିଛି। ଏହାପୂର୍ବରୁ ଗୁରୁବାର ସକାଳେ ବିଜବେହାରାରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସେନା ପୋଷ୍ଟ ଉପରେ ଆକ୍ରମଣ କରିଥିଲେ ଯେଉଁଥିରେ ୪ଜଣ ସୈନିକ ସହିଦ ହୋଇଥିଲେ। ତେବେ ସୁରକ୍ଷା ବାହିନୀ ଏହାର ପ୍ରତିଶୋଧ ନେବାକୁ ଦୁଇ ଆତଙ୍କବାଦୀଙ୍କୁ ମଧ୍ୟ ଏକାଉଛଣ୍ଟର କରିଥିଲା। ପୋଲିସ ପକ୍ଷରୁ କୁହାଯାଇଛି ଯେ, ଉଭୟ ଆତଙ୍କବାଦୀ ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦ ସହ ଜଡିତ ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking