27.1 C
Bhubaneswar
Tuesday, March 31, 2026
Homeଓଡିଶାଜାଲ ସାର୍ଟିଫିକେଟରେ ଚାକିରି ଅଭିଯୋଗ: ୫ ଅଭିଯୁକ୍ତ ଗିରଫ

ଜାଲ ସାର୍ଟିଫିକେଟରେ ଚାକିରି ଅଭିଯୋଗ: ୫ ଅଭିଯୁକ୍ତ ଗିରଫ

କଟକ: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା 25କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨), ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ (୪୫) । ପୂର୍ବରୁ ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡର ଅଭିଜିତ କୁମାର ଭକତ, ବଲାଙ୍ଗୀର ଟାଉନ ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସର ମାଲିକ ମନୋଜ ମିଶ୍ର ଏବଂ ଆଲୋକ ରଞ୍ଜନ ଉଦଗାତାଙ୍କ ସମେତ ଏହି ରାକେଟ ସହିତ ଜଡିତ ଅନ୍ୟ ୧୭ ଜଣଙ୍କୁ ଗିରଫ କରାଯାଇଥିଲା। ସୂଚନାଯୋଗ୍ୟ, ଗତ ୨୦୨୩ ଜାନୁଆରୀ ମାସରେ ଗ୍ରାମୀଣ ଡାକ ସେବକ (ଜିଡିଏସ୍)ରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking