22.1 C
Bhubaneswar
Friday, February 6, 2026
Homeଓଡିଶାଜୁଏଲ ଓରାମ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ଜୁଏଲ ଓରାମ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ରାଉରକେଲା: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌‌ ୱାର୍ଡରେ ଭର୍ତ୍ତି କରାଯାଇଛି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିତର ଥିବା ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଥିଲା। ବହୁ ଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ରହୁଥିଲେ। ଗତକାଲି କାଲି ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡ଼ିହିରେ ତାଙ୍କର ଶେଷ କୃତ୍ୟ ସମ୍ପର୍ଣ୍ଣ ହୋଇଥିଲା। ଡେଙ୍ଗୁରେ ଆକ୍ରାନ୍ତ ହୋଇ ସାମାନ୍ୟ ସୁସ୍ଥତା ପରେ ଜୁଏଲ ପତ୍ନୀଙ୍କ ଶେଷ କ୍ରିୟା ପାଇଁ ଗାଁ କୁ ଆସିଥିଲେ। ସୋମବାର ରାତିରେ ସେ ଦିଲ୍ଲୀ ଯାଉଥିବା ବେଳେ ପୁଣିଥରେ ଅସୁସ୍ଥ ଅନୁଭବ କରିବାରୁ ଏୟାରପୋର୍ଟରୁ ସିଧାସଳଖ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking