26.1 C
Bhubaneswar
Friday, March 29, 2024
Homeଓଡିଶାଜୁନରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ

ଜୁନରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଛି । ସମ୍ଭାବ୍ୟ ବନ୍ୟା, ବାତ୍ୟା ଆଦି ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜୁନରୁ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ସମୟ । ଏବେ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । କୌଣସି ପ୍ରକାର ପରିସ୍ଥିତିର ସାମ୍ନା ପାଇଁ ଆମକୁ ପ୍ରସ୍ତୁତ ରହିବାକୁ ହେବ । ଆମ ପାଇଁ ସମସ୍ତଙ୍କ ଜୀବନ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ , ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୪୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୭୩ ଓ ସ୍ଥାନୀୟ ଅଞ୍ଚଳରୁ ୧୪୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୮ ହଜାର ୯୬୦ ରହିଥିବା ବେଳେ ୩୪ ହଜାର ୨୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

କଟକରୁ ୪୮୦, ଯାଜପୁରରୁ ୨୬୭, ଭଦ୍ରକରୁ ୧୯୪, ମୟୂରଭଂଜରୁ ୧୮୦, ବାଲେଶ୍ୱରରୁ ୧୭୪,, କେନ୍ଦ୍ରାପଡ଼ାରୁ ୧୪୭ ଓ ଅନୁଗୁଳରୁ ୧୧୮, ନୟାଗଡ଼ରୁ ୧୨୬, କେନ୍ଦୁଝରରୁ ୭୩, ବରଗଡ଼ରୁ ୬୯, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୨୫, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୫୭, ଗଜପତିରୁ ୧୭, ଗଂଜାମରୁ ୧୯, ଜଗତସିଂହପୁରରୁ ୮୧, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୧, ମାଲକାନଗିରିରୁ ୮୨ ଓ କୋରାପୁଟରୁ ୮୧, ନବରଙ୍ଗପୁରରୁ ୪୨ ଆକ୍ରାନ୍ତ, ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking