20.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି, ୧୧ରେ ନେବେ ଶପଥ

ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି, ୧୧ରେ ନେବେ ଶପଥ

ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ। ଏହା ଉପରେ ଆଜି ମୋହର ବାଜିଛି। ଆସନ୍ତା ୧୧ ତାରିଖରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଶପଥ ନେବେ । କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି। ସମ୍ବିଧାନରେ ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ପ୍ରଧାନ ବିଚାରପତିଙ୍କ ସହ ଆଲୋଚନା କରି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ପରବର୍ତ୍ତୀ ସିଜେଆଇ ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ନଭେମ୍ବର ୧୧ରୁ ଆରମ୍ଭ ହେବ ବୋଲି ଶ୍ରୀ ମେଘୱାଲ ଏକ୍ସରେ ଉଲ୍ଲେଖ କରିଛନ୍ତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ଜଷ୍ଟିସ ଖାନ୍ନା ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking