27.1 C
Bhubaneswar
Tuesday, March 31, 2026
Homeଦେଶ ବିଦେଶଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।

ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ। ଏହାପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ।

ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ଓକିଲ ଭାବେ ଅଭ୍ୟାସ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking