28.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ

ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ

ନୂଆଦିଲ୍ଲୀ : ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଭାରତର ସମ୍ବିଧାନର ଧାରା ୧୨୪ର ଧାରା (୨) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଭାରତର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍ ଉଦୟ ଉମେଶ ଲଲିତ ଆସନ୍ତା ୨୭ ତାରିଖରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ବ ଗ୍ରହଣ କରିବେ। ଜଷ୍ଟିସ୍ ଉଦୟ ଉମେଶ ଲଲିତଙ୍କୁ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ୨୦୧୪ରେ ନିଯୁକ୍ତି ଦିଆଯାଇଥିଲା। ଜଷ୍ଟିସ୍ ଲଲିତ ଦୁଇ ଥର ସୁପ୍ରିମକୋର୍ଟ ଆଇନ ସେବା କମିଟିର ସଦସ୍ୟ ଭାବରେ କାର‌୍ୟ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନ୍. ଭି ରମଣା, ସୁପ୍ରିମ୍ କୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଲଲିତଙ୍କ ନାଁ ସୁପାରିସ କରିଥିଲେ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking