27.1 C
Bhubaneswar
Thursday, October 6, 2022
Homeଅପରାଧନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ,୨୦ ହଜାର ଫାଇନ୍‌

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ,୨୦ ହଜାର ଫାଇନ୍‌

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ଅଞ୍ଚଳର ଏକ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକ୍‌ସୋ କୋର୍ଟ ଅଭିଯୁ୍‌କ୍ତକୁ ୨୦ ବର୍ଷ ଜେଲଦଣ୍ଡ ଶୁଣାଇବା ସହିତ ୨୦ ହଜାର ଟଙ୍କାର ଜୋରିମାନା କରାଯାଇଛି । ଜୋରିମାନା ଅନାଦେୟ ଦୋଷୀକୁ ଆଉ ଏକବର୍ଷ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ଜଣକ ହେଲେ ଜି.ଉଦୟଗିରି ଥାନା ଅଞ୍ଚଳର ଜିତେନ୍ଦ୍ର କୁମାର ଦିଗାଲ(୪୬) । ସୂଚନା ପ୍ରକାରେ, ୨୦୧୯ ଏପ୍ରିଲ ୪ ତାରିଖରେ ଜନୈକା ନାବାଳିକା ଘରେ ଏକୁଟଆ ଥିବାବେଳେ ଅଭିଯୁକ୍ତ ନାବାଳିକାଙ୍କ ଘରକୁ ଯାଇ ନାବାଳିକାକୁ ରୁଟି ଖାଇବା ପାଇଁ ଦେଇଥିଲା ।

ଏହା ଖାଇବା ପରେ ନାବାଳିକାର ମୁଣ୍ଡ ବୁଲାଇ ହେବାରୁ ସେ ଶୋଇ ପଡ଼ିଥିଲା । ଏହାର ସୁଯୋଗ ନେଇ ଅଭିଯୁକ୍ତ ଜିତେନ୍ଦ୍ର ନାବାଳିକାକୁ ଗାଁ ପାଖ ଶ୍ମଶାନ ନିକଟକୁ ନେଇ ସେଠାରେ ଦୁଷ୍କର୍ମ କରିବା ପରେ ସେଠାରୁ ଫେରାର ହୋଇଯାଇଥିଲା । ଘର ଲୋକେ ଝିଅକୁ ଖୋଜାଖୋଜି କରିବା ପରେ ମଶାଣିରୁ ତାକୁ ଉଦ୍ଧାର କରିଥିଲେ । ପୀଡ଼ିତାଙ୍କ ବଡ ଭାଇ ଏ ନେଇ ଜି.ଉଦୟଗିରି ଥାନାରେ ଏତଲା ଦେବାରେ ପୁଲିସ କେସ ନଂ ୫୨ା୧୯ରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା ।

ଆଜି ଏହି ମାମଲାର ବିଚାର କରି ସ୍ୱତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲାଜଜ୍ ସଂଜିତ କୁମାର ବେହେରା ସାକ୍ଷ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି । ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିିପି ଅସୀମ କୁମାର ପ୍ରହରାଜ ପରିଚାଳନା କରୁଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking