27.1 C
Bhubaneswar
Sunday, May 3, 2026
Homeଓଡିଶାକାଳବୈଶାଖୀ, ମେ' ୯ ଯାଏଁ ସତର୍କତା ଜାରି

କାଳବୈଶାଖୀ, ମେ’ ୯ ଯାଏଁ ସତର୍କତା ଜାରି

ଭୁବନେଶ୍ବର: ଅପରାହ୍ନ ବେଳକୁ ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ବର୍ଷା ଛେଚିବା ସହ ପ୍ରବଳ ବଜ୍ରପାତ ସାଙ୍ଗକୁ ଝଡ଼ି ପବନ ମାଡ଼ି ଆସୁଛି । ମେ’ ୯ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ସେପଟେ ଗତକାଲି କାଳବୈଶାଖୀ ସମୟରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ତେଣୁ ବର୍ଷା ପବନ ବେଳେ ଘରେ ସୁରକ୍ଷିତ ରହିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଘଣ୍ଟାପ୍ରତି 40-50 କିମି ବେଗରେ ପବନ ସହ ବର୍ଷା ଓ ପ୍ରବଳ ବଜ୍ରପାତ ହେବ । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ 30-40 କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆସନ୍ତାକାଲି (ସୋମବାର) ବର୍ଷା ଓ ପବନର ବେଗ ବଢ଼ିବ । ଘଣ୍ଟାପ୍ରତି 50-60 କିମି ବେଗରେ ପବନ ସହ ବର୍ଷା ଓ ପ୍ରବଳ ବଜ୍ରପାତ ପାଇଁ 7 ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 40-50 କିମି ପବନ ସହ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକା ବର୍ଷା ସହ 30-40 କିମି ବେଗରେ ପବନ ଓ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଆଗାମୀ 7 ଦିନ ଯାଏଁ ଅର୍ଥାତ 9 ତାରିଖ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିଥିବା ବେଳେ ତାତିରୁ ଅଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ 50ରୁ 60 କିମି ସର୍ବାଧିକ 70 କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ 5 ତାରିଖ ଯାଏଁ ମସ୍ଥ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଛି ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking