27.8 C
Bhubaneswar
Friday, April 19, 2024
Homeଓଡିଶାଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ସତର୍କତା ଜାରି କରାଯାଇଛି । ହିମାଳୟ ଠାରୁ ପଶ୍ଚିମବଙ୍ଗ, ସିକିମ୍, ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟଦେଇ ଗାଙ୍ଗେୟ ଉପତ୍ୟକା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିଛି । ଆଜି କାଳବୈଶାଖୀ ଜନିତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏହା ସହ ବଜ୍ରପାତ ଜନିତ ବର୍ଷା ନେଇ କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଅନୁଗୁଳ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୩୦ ତାରିଖରେ ୧୦ ଏବଂ ୩୧ ତାରିଖରେ ୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେପଟେ ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । କାଳବୈଶାଖୀ ବର୍ଷା ଜାରି ରହିଲେ ମଧ୍ୟ ତାତି ଏବଂ ଗୁଳୁଗୁଳି ଜାରି ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking