ଭୁବନେଶ୍ୱର: ଦିନରେ ପ୍ରବଳ ଖରା ହେଉଥିବା ବେଳେ ଅପରାହ୍ଣରେ ବର୍ଷା ଛେଚୁଛି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଟ୍ରପ ଲାଇନ୍ ପ୍ରଭାବରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ ବର୍ଷା । କୁଆପଥର ବର୍ଷା, ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ଘଣ୍ଟାପ୍ରତି ୫୦-୬୦ କିମି ବେଗରେ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏନେଇ ସମ୍ପୃକ୍ତ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ସେହିପରି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ୩୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲି ସନ୍ଧ୍ୟାରୁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କନ୍ଧମାଳ, କୋରାପୁଟ, ରାୟଗଡା, ମାଲକାନଗିରି, ପୁରୀ, ଖୋର୍ଦ୍ଧା ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ସେହିପରି ୩୦ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ ଓ ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୩୦ରୁ ୪୦ କିମି ବେଗରେ ବହିବ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି। ମେ’ ୧ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର ଓ ଭଦ୍ରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, କଟକ, ଓ ଜଗତସିଂହପୁରରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୩୦ରୁ ୪୦ କିମି ବେଗରେ ବହିବ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨ ତାରିଖରେ ବିଜୁଳି ଘଡଘଡି, ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୩୦ରୁ ୪୦ କିମି ବେଗରେ ବହିବ । ପରେ ୨ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି।