31.1 C
Bhubaneswar
Monday, April 6, 2026
Homeଓଡିଶାଓଡ଼ିଶାରେ ୧୦ ତାରିଖ ଯାଏ କାଳବୈଶାଖୀ!

ଓଡ଼ିଶାରେ ୧୦ ତାରିଖ ଯାଏ କାଳବୈଶାଖୀ!

ଭୁବନେଶ୍ୱର: ୧୦ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ ଓ କାଳବୈଶାଖୀର ପ୍ରଭାବରେ ଅପରାହ୍ନରେ ବିଜୁଳି ଓ ଘଡ଼ଘଡ଼ି ସହ ପବନ ବହିବ । ସୋମବାର କାଳବୈଶାଖୀର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି ।୭ ଓ ୮ ତାରିଖ ଦୁଇ ଦିନ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକକୁ ଏହି ସତର୍କତା ଜାରି କରାଯାଇଛି । ୯ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ଝଡ଼ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ଆକଳନ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking