ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ ବଜ୍ରପାତ ଓ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ବରରେ ପ୍ରାୟ ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବାରୁ ଅନେକ ସ୍ଥାନରେ ଗଛ ଭାଙ୍ଗିଛି । ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ ଏବଂ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଓଡ଼ିଶାକୁ ଛାଡ଼ି ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବଜ୍ରପାତ ସହ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସୂଚନା ରହିଛି ।