34.1 C
Bhubaneswar
Friday, March 29, 2024
Homeଓଡିଶାକାଳବୈଶାଖୀ:୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଳବୈଶାଖୀ:୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୦ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking