21.1 C
Bhubaneswar
Thursday, December 18, 2025
Homeଓଡିଶାକାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ: କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଛି । ଧାଡି ପହଣ୍ଡିରେ ତିନି ରଥକୁ ଆସୁଛନ୍ତି ଶ୍ରୀଜିଉ । ରଥରେ କାଳିଆକୁ ଦର୍ଶନ ପାଇଁ ବ୍ୟାକୁଳ ହେଉଛନ୍ତି ଭକ୍ତ । ଭାବ ଭକ୍ତିରେ ଉଛୁଳିଛି ବଡଦାଣ୍ଡ । କାଳିଆ ସାଆନ୍ତ ଟାହିଆ ହଲେଇ ହଲେଇ ଆସୁଛନ୍ତି । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ନନ୍ଦିଘୋଷ ରଥରେ ବିରାଜିବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି। ବଡ଼ଦାଣ୍ଡରେ ଗହଳି ବଢ଼ିଛି। ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ପହଞ୍ଚିବେ ବୋଲି ଆଶା କରାଯାଉଛି। ରାଜ୍ୟର ଚାରିଆଡୁ ଶ୍ରଦ୍ଧାଳୁ ପୁରୀ ମୁହାଁ ହୋଇଛନ୍ତି। ରଥାରୁଢ଼ କାଳିଆ ସାଆନ୍ତଙ୍କ ଦର୍ଶନ ପାଇଁ ଦେଶ-ବିଦେଶରୁ ଭକ୍ତ ଆସି ପୁରୀ ପହଞ୍ଚିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking