25.8 C
Bhubaneswar
Saturday, July 27, 2024
Homeଓଡିଶାକାର୍ତ୍ତିକ ମାସ ତ୍ରୟୋଦଶୀ ତିଥି: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

କାର୍ତ୍ତିକ ମାସ ତ୍ରୟୋଦଶୀ ତିଥି: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ତିବିକ୍ରମ ବେଶ ଅନୁଷ୍ଟିତ ହୋଇଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ କରାଯାଇଛି । ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking