18.1 C
Bhubaneswar
Thursday, February 5, 2026
Homeଦେଶ ବିଦେଶକେଜ୍ରିୱାଲଙ୍କୁ ମିଳିଲା ଜାମିନ

କେଜ୍ରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ : ବହୁ ପ୍ରତିକ୍ଷାର ଅନ୍ତ ଘଟିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ।ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିବା ବେଳେ ଏଥିନିମନ୍ତେ କିଛି ସର୍ତ୍ତ ବି ଲାଗୁ କରିଛନ୍ତି। ଜେଲ୍‌ରୁ ମୁକୁଳିବା ପରେ କେଜ୍ରିୱାଲ କୌଣସି ଫାଇଲ୍‌ ଉପରେ ଦସ୍ତଖତ କରି ପାରିବେନି। ଏଥିସହ କେଜ୍ରିୱାଲଙ୍କ କାର୍ୟ୍ୟାଳୟ ଯିବା ଉପରେ ବି ଲାଗିଛି ରୋକ୍‌। ଏଥିସହ ଏହି ମାମଲାରେ ସେ କୌଣସି ବୟାନ ବା ଟିପ୍ପଣୀ ସାର୍ବଜନିକ ସ୍ଥାନରେ କରିପାରିବେନି।ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଉକ୍ତ ମାମଲାରେ କେଜ୍ରିୱାଲଙ୍କୁ ପୂର୍ବରୁ ଜାମିନ ମିଳିଥିବା ବେଳେ ଏବେ ସୁପ୍ରିମକୋର୍ଟ ତାଙ୍କୁ ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ଏହି ଶୁଣାଣି ପରେ କେଜ୍ରିୱାଲଙ୍କ ଜେଲ୍‌ରୁ ବାହାରିବା ରାସ୍ତା ପରିଷ୍କାର ହୋଇ ଯାଇଛି। ୧୦ ଲକ୍ଷ ଟଙ୍କାର ଜମା ରାଶି ବଦଳରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking