29.3 C
Bhubaneswar
Saturday, June 20, 2026
Homeଦେଶ ବିଦେଶସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ ହେଲେ କେଜ୍ରିୱାଲ

ସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ ହେଲେ କେଜ୍ରିୱାଲ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରୁ ମୁକୁଳିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ତ ହୋଇଛନ୍ତି। ସୂଚନା ଅନୁଯାୟୀ, ସେ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଛନ୍ତି। ଯେଉଁଥିରେ ସିବିଆଇ ଗିରଫଦାରୀକୁ ରଦ୍ଦ କରିବାକୁ ମନା କରିଦେଇଥିଲେ କୋର୍ଟ। ଜାମିନ ପ୍ରଦାନ କରିବାକୁ କେଜ୍ରିୱାଲ ସୁପ୍ରିମକୋର୍ଟରେ ଦାବି କରିଛନ୍ତି।ତେବେ କେଜ୍ରିୱାଲଙ୍କୁ ଇଡି ମାମଲାରେ ପୂର୍ବରୁ ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ଦେଇସାରିଛନ୍ତି। ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଏବଂ ବିକ୍ରମ ଚୌଧୁରୀ ତୁରନ୍ତ ମାମଲାର ତାଲିକାଭୁକ୍ତ କରିବାକୁ ଅନୁରୋଧ କରିଛନ୍ତି। ଅପରପକ୍ଷରେ ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମାମଲାରେ ସିବିଆଇ ଯାଞ୍ଚ କରୁଛି। ସିବିଆଇ ତଥ୍ୟ ଆଧାରରେ ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଅଗଷ୍ଟ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking